
ମାଉଣ୍ଟ ମାଙ୍ଗାନୁଇ(ନ୍ୟୁଜିଲ୍ୟାଣ୍ଡ): ମାଉଣ୍ଟ ମାଙ୍ଗାନୁଇ ବେ ଓଭାଲରେ ଚାଲିଥିବା ଭାରତ- ନ୍ୟୁଜିଲ୍ୟାଣ୍ଡ ତୃତୀୟ ଦିନିକିଆରେ ଟସ୍ ଜିତି ନ୍ୟୁଜିଲ୍ୟାଣ୍ଡ ବ୍ୟାଟିଂ ନିଷ୍ପତ୍ତି ନେଇ ୪୯ ଓଭରରେ ୨୪୩ ରନ୍ କରି ଅଲ୍-ଆଉଟ୍ ହୋଇଛି। ଭାରତ ସାମ୍ନାରେ ୨୪୪ ରନର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲ୍ୟାଣ୍ଡ। ଭାରତୀୟ ବ୍ୟାଟସମ୍ୟାନଙ୍କ ଲାଗି ଏହି ଲକ୍ଷ୍ୟ ହାସଲ ବିଶେଷ ଅସୁବିଧା କରିବ ନାହିଁ। ଭାରତ ଲାଗି ମ୍ୟାଚ ଜିଣି ସିରିଜ ହାତେଇବାର ଭରପୂର ସୁଯୋଗ ରହିଛି।
ସିରିଜରେ ୨-୦ରେ ପଛୁଆ ଥିବା ନ୍ୟୁଜିଲ୍ୟାଣ୍ଡ ଦଳ ଏହି ମ୍ୟାଚ୍ ଜିତି ସିରିଜକୁ ଫେରିବା ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇ ଥିଲା। ମାତ୍ର ଭାରତୀୟ ବୋଲର୍ ନ୍ୟୁଜିଲ୍ୟାଣ୍ଡକୁ ଆରମ୍ଭରୁ ଝଟକା ଦେଇଥିଲେ । ଭୁବନେଶ୍ବର କୁମାର, ୟୁଜବେନ୍ଦ୍ର ଚହଲ୍ ଓ ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଲେଖାଏଁ ଉଇକେଟ୍ ନେଇଥିବା ବେଳେ ମହମ୍ମଦ ସାମୀ ୩ଟି ଉଇକେଟ୍ ହାସଲ କରିଛନ୍ତି। ନ୍ୟୁଜିଲ୍ୟାଣ୍ଡର ରସ ଟେଲର (୯୩) ଓ ଟମ୍ ଲଥାମ (୫୧)ଙ୍କୁ ଛାଡ଼ିଦେଲେ ଅନ୍ୟ ବ୍ୟାଟସମ୍ୟାନ୍ କ୍ରିଜରେ ତିଷ୍ଠି ରହି ପାରି ନ ଥିଲେ। ଫଳରେ ନ୍ୟୁଜିଲ୍ୟାଣ୍ଡ ୨୪୩ ରନ୍ କରି ଅଲ୍-ଆଉଟ୍ ହୋଇଥିଲା।
Innings Break!
New Zealand all out for 243 in 49 overs (Shami 3/41, Hardik 2/45)
The dinner break has been reduced to 30 minutes for today’s game
Scorecard – https://t.co/0SXKeJvZSs #NZvIND pic.twitter.com/lukAdaoZwc
— BCCI (@BCCI) January 28, 2019
ଅନ୍ୟପକ୍ଷରେ ଏକ ଟିଭି ସୋ’ରେ ବିବାଦୀୟ ମନ୍ତବ୍ୟ ଦେଇ ନିଲମ୍ବିତ ହୋଇଥିବା ପାଣ୍ଡ୍ୟା ତୃତୀୟ ଦିନିକିଆରେ ଦଳରେ ସାମିଲ ହୋଇ ଭଲ ପ୍ରଦର୍ଶନ (୨/୪୫) କରିଛନ୍ତି। ସେହିପରି ଦ୍ୱିତୀୟ ଦିନିକିଆରେ ଆହତ ହୋଇଥିବା ମହେନ୍ଦ୍ର ସିଂ ଧୋନିଙ୍କୁ ବିଶ୍ରାମ ଦିଆଯାଇଛି ଓ ତାଙ୍କ ସ୍ଥାନରେ ୱିକେଟ୍ ରକ୍ଷଣ କରୁଛନ୍ତି ଦିନେଶ କାର୍ତ୍ତିକ ।
from ଖେଳ – Sambad http://bit.ly/2G4DxhS