କେନ୍ଦ୍ର ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

zisanmohammad
0

ଭୁବନେଶ୍ୱର: କାଳିଆ ଯୋଜନାରେ ୪୦ ଲକ୍ଷ ଚାଷୀ ଉପକୃତ ହେଲେଣି, କିନ୍ତୁ ଏହାକୁ ବନ୍ଦ କରିବାକୁ କେନ୍ଦ୍ର ଚକ୍ରାନ୍ତ କରୁଛି। ମୁଁ ଥିବା ଯାଏଁ କେହି କାଳିଆ ଯୋଜନାକୁ ବନ୍ଦ କରି ପାରିବେ ନାହିଁ। ଆମ ସରକାର ଆସିବାର ପ୍ରଥମ ଦିନ କାଳିଆ ଯୋଜନାର ଅର୍ଥ ଦୁଇଟି କିସ୍ତିରେ ପୁଣି ଦିଆଯିବ ବୋଲି ଭଦ୍ରକର ବାସୁଦେବପୁର ଠାରେ ଆୟୋଜିତ ନିର୍ବାଚନ ପ୍ରଚାର ସଭାରେ ମଙ୍ଗଳବାର ଦିନ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପ୍ରଥମେ ଉପସ୍ଥିତ ଜନସାଧରଣଙ୍କୁ ଜୟ ଜଗନ୍ନାଥ କହି ମୁଖ୍ୟମନ୍ତ୍ରୀ ବକ୍ତବ୍ୟ ଆରମ୍ଭ କରିଥିଲେ। ସେ ଆସିଛନ୍ତି ବୋଲି ସମବେତ ଜନତା ଖୁସି କି, ନାହିଁ ବୋଲି ପଚାରିବା ସହ ଆସିଥିବାରୁ ସେ ନିଜେ ଖୁସ ବୋଲି କହିଥିଲେ। ତାଙ୍କ କଥା ଶୁଣିବାକୁ ଖରା ସତ୍ତ୍ୱେ ଆସିଥିବାରୁ ସେ ଧନ୍ୟବାଦ ଜଣାଇଥିଲେ।

କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ସେ କହିଲେ, ଫାଇଲିନ୍‌, ତିତିଲି, ହୁଡୁହୁଡ୍‌ ଆଦି ବାତ୍ୟା ଏବଂ ବନ୍ୟା ଭଳି ପ୍ରାକୃତିକ ଦୁର୍ବିପାକ ସମୟରେ କେନ୍ଦ୍ରୀୟ ନେତାମାନଙ୍କର ଦେଖା ନ ଥିଲା। ଏବେ ଆସି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି।



from ରାଜନୀତି – Sambad http://bit.ly/2ViGL9K

Post a Comment

0Comments
Post a Comment (0)